ଆସନ୍ତା ୩ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
କନକ ବ୍ୟୁରୋ: ଆସନ୍ତା ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଗଷ୍ଟ ୩ରୁ ୫ ତାରିଖ ଯାଏଁ ରହିବ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ। ଭୁବନେଶ୍ୱର ଓ କଟକରେ ରହିଛି ତାଙ୍କର ବିଭିନ୍ନ କାର୍ଯ୍ୟକ୍ରମ। ୩ ତାରିଖରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି । ଏହାପରେ ୪ ତାରିଖରେ ଭୁବନେଶ୍ୱର ରେଳ ଷ୍ଟେସନରୁ ଟ୍ରେନ୍ ଯୋଗେ ବ୍ରହ୍ମପୁର ଗସ୍ତ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଅଧିକ ପଢ଼ନ୍ତୁ:ଦିଲ୍ଲୀ ଦଙ୍ଗା ମାମଲା: ପୂର୍ବତନ ଆପ୍ କାଉନସିଲର ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ ଏୟାରପୋର୍ଟଠାରୁ ରେଲୱେ ଷ୍ଟେସନ ଏବଂ ରୁଟ୍ ପର୍ଯ୍ୟନ୍ତ ସବୁଠି ରହିବ କଡ଼ା ସୁରକ୍ଷା । ରୁଟ୍ ଓ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଡିଏସ୍ପି ରାଙ୍କର ଅଧିକାରୀଙ୍କ ସହ ଏସ୍ପି ଓ ଏସ୍ପି ରାଙ୍କର ଅଧିକାରୀମାନେ ନିୟୋଜିତ ରହିବେ। ସୁରକ୍ଷା ବ୍ୟବସ୍ଥାର ସମସ୍ତ ଦିଗକୁ ନିଜେ ନଜରରେ ରଖିବେ ପୋଲିସ କମିଶନର ଦେବଦତ୍ତ ସିଂ। ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ ପରିଚାଳନା ପାଇଁ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ପ୍ରାୟ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିବେ। ଏହାକୁ ନେଇ ଭୁବନେଶ୍ୱର ରେଳ ଷ୍ଟେସନରେ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ଦେବଦତ୍ତ ସିଂ। ତାଙ୍କ ସହ DCP, DCP Headquarters, ରେଳ ଷ୍ଟେସନ ଡାଇରେକ୍ଟରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

କନକ ବ୍ୟୁରୋ: ଆସନ୍ତା ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଗଷ୍ଟ ୩ରୁ ୫ ତାରିଖ ଯାଏଁ ରହିବ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ। ଭୁବନେଶ୍ୱର ଓ କଟକରେ ରହିଛି ତାଙ୍କର ବିଭିନ୍ନ କାର୍ଯ୍ୟକ୍ରମ। ୩ ତାରିଖରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି । ଏହାପରେ ୪ ତାରିଖରେ ଭୁବନେଶ୍ୱର ରେଳ ଷ୍ଟେସନରୁ ଟ୍ରେନ୍ ଯୋଗେ ବ୍ରହ୍ମପୁର ଗସ୍ତ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଅଧିକ ପଢ଼ନ୍ତୁ:ଦିଲ୍ଲୀ ଦଙ୍ଗା ମାମଲା: ପୂର୍ବତନ ଆପ୍ କାଉନସିଲର ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ
ଏୟାରପୋର୍ଟଠାରୁ ରେଲୱେ ଷ୍ଟେସନ ଏବଂ ରୁଟ୍ ପର୍ଯ୍ୟନ୍ତ ସବୁଠି ରହିବ କଡ଼ା ସୁରକ୍ଷା । ରୁଟ୍ ଓ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଡିଏସ୍ପି ରାଙ୍କର ଅଧିକାରୀଙ୍କ ସହ ଏସ୍ପି ଓ ଏସ୍ପି ରାଙ୍କର ଅଧିକାରୀମାନେ ନିୟୋଜିତ ରହିବେ। ସୁରକ୍ଷା ବ୍ୟବସ୍ଥାର ସମସ୍ତ ଦିଗକୁ ନିଜେ ନଜରରେ ରଖିବେ ପୋଲିସ କମିଶନର ଦେବଦତ୍ତ ସିଂ। ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ ପରିଚାଳନା ପାଇଁ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ପ୍ରାୟ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିବେ। ଏହାକୁ ନେଇ ଭୁବନେଶ୍ୱର ରେଳ ଷ୍ଟେସନରେ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ଦେବଦତ୍ତ ସିଂ। ତାଙ୍କ ସହ DCP, DCP Headquarters, ରେଳ ଷ୍ଟେସନ ଡାଇରେକ୍ଟରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।
What's Your Reaction?



