ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କନକବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଏକ୍ସରେ ଲେଖିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି । ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି। ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି । ଓଡ଼ିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି , ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚିଠି । ଓଡ଼ିଶାରେ ସଫଳତାର ସହ ‘ସୁଭଦ୍ରା’ ଯୋଜନା ଲାଗୁ କରିବା ଓ ମାଓବାଦୀ ଦମନରେ ସଫଳତା ଲାଗି ଓଡ଼ିଶା ସରକାରଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

What's Your Reaction?